For faster navigation, this Iframe is preloading the Wikiwand page for ପଣା ସଂକ୍ରାନ୍ତି.

ପଣା ସଂକ୍ରାନ୍ତି

ପଣା ସଂକ୍ରାନ୍ତି
ବସୁନ୍ଧରା ଠେକି
ନାମମହାବିଷୁବ ସଂକ୍ରାନ୍ତି
ଅନ୍ୟ ନାମଜଳ ସଂକ୍ରାନ୍ତି, ଠେକି ବସା ସଂକ୍ରାନ୍ତି, ଛତୁଆ ସଂକ୍ରାନ୍ତି
ପାଳନକାରୀହିନ୍ଦୁ
ପ୍ରକାରଧାର୍ମିକ
ତାରିଖବୈଶାଖ ସଂକ୍ରାନ୍ତି
୨୦୨୩ ତାରିଖ୧୪ ଅପ୍ରେଲ
୨୦୨୪ ତାରିଖ୧୪ ଅପ୍ରେଲ (ରବିବାର)
ସମ୍ପର୍କିତଓଡ଼ିଆ ନବବର୍ଷ

ପଣା ସଂକ୍ରାନ୍ତି (ମହାବିଷୁବ ସଂକ୍ରାନ୍ତି) ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ ।[] ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ ।

ବେଲ ପଣା

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧିଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ ।[] ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡ ନାଟର ଅନ୍ତ ଭାବେ ଏହି ଦିନ ମେରୁ ଯାତ ପାଳନ କରାଯାଏ । ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କପର୍ବ ନାମରେ ପାଳନ କରାଯାଏ ।

ବିଶେଷତ୍ୱ

[ସମ୍ପାଦନା]

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି । ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ । ପଣାସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ଖୋଲାଯାଏ । ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ । ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ । ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି ।[] ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍‌ଯାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦ୍‌ଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି । ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି ।[]

ଆହୁରି ଦେଖନ୍ତୁ

[ସମ୍ପାଦନା]
  1. ବିଶ୍ୱାଳ, ପ୍ରଦୀପ୍ତ (14 April 2014). "ଓଡ଼ିଆ ନବବର୍ଷ". ଧରିତ୍ରୀ. Retrieved 20 April 2017.
  2. Bhagabana Sahu (1 January 1997). Cultural history of Orissa, 1435-1751. Anmol Publications, Publishers & Distributors. ISBN 978-81-7488-654-5.
  3. ଖଟାଇ, ଭାସ୍କର ଚନ୍ଦ୍ର. "ମହାବିଷୁବ ସଂକ୍ରାନ୍ତିର ବୈଶିଷ୍ଟ୍ୟ(ଭାଗ-୧)". Odisha Katha. Archived from the original on 5 March 2016. Retrieved 2 August 2014.
  4. ସମାଜ,୧୩ ଅପ୍ରେଲ ୨୦୧୨, ପୃଷ୍ଠା:୨

ଅଧିକ ତଥ୍ୟ

[ସମ୍ପାଦନା]
{{bottomLinkPreText}} {{bottomLinkText}}
ପଣା ସଂକ୍ରାନ୍ତି
Listen to this article

This browser is not supported by Wikiwand :(
Wikiwand requires a browser with modern capabilities in order to provide you with the best reading experience.
Please download and use one of the following browsers:

This article was just edited, click to reload
This article has been deleted on Wikipedia (Why?)

Back to homepage

Please click Add in the dialog above
Please click Allow in the top-left corner,
then click Install Now in the dialog
Please click Open in the download dialog,
then click Install
Please click the "Downloads" icon in the Safari toolbar, open the first download in the list,
then click Install
{{::$root.activation.text}}

Install Wikiwand

Install on Chrome Install on Firefox
Don't forget to rate us

Tell your friends about Wikiwand!

Gmail Facebook Twitter Link

Enjoying Wikiwand?

Tell your friends and spread the love:
Share on Gmail Share on Facebook Share on Twitter Share on Buffer

Our magic isn't perfect

You can help our automatic cover photo selection by reporting an unsuitable photo.

This photo is visually disturbing This photo is not a good choice

Thank you for helping!


Your input will affect cover photo selection, along with input from other users.

X

Get ready for Wikiwand 2.0 🎉! the new version arrives on September 1st! Don't want to wait?