For faster navigation, this Iframe is preloading the Wikiwand page for ବୈରାଗୀ ଜେନା.

ବୈରାଗୀ ଜେନା

ବୈରାଗୀ ଜେନା
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀନନ୍ଦକିଶୋର ଜେନା
ପର ଅଧିକାରୀମନମୋହନ ଦାସ
ନିର୍ବାଚନ ମଣ୍ଡଳୀଚାନ୍ଦବାଲି
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପର ଅଧିକାରୀକପିଳ ଚରଣ ସେଠୀ
ନିର୍ବାଚନ ମଣ୍ଡଳୀଭଣ୍ଡାରିପୋଖରୀ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀନେତ୍ରାନନ୍ଦ ମଲ୍ଲିକ
ପର ଅଧିକାରୀନେତ୍ରାନନ୍ଦ ମଲ୍ଲିକ
ନିର୍ବାଚନ ମଣ୍ଡଳୀଚାନ୍ଦବାଲି
ସାଂସଦ: ୬ଷ୍ଠ ଲୋକ ସଭା
କାର୍ଯ୍ୟକାଳ
୧୯୭୭ – ୧୯୭୯
ପୂର୍ବ ଅଧିକାରୀଅର୍ଜୁନ ଚରଣ ସେଠୀ
ପର ଅଧିକାରୀଅର୍ଜୁନ ଚରଣ ସେଠୀ
ନିର୍ବାଚନ ମଣ୍ଡଳୀଭଦ୍ରକ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1929-06-04)୪ ଜୁନ ୧୯୨୯
ମୃତ୍ୟୁ୯ ଜୁଲାଇ ୨୦୦୨(2002-07-09) (ବୟସ ୭୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ଉତ୍କଳ କଂଗ୍ରେସ
ଜୀବନ ସାଥୀସୁମତୀ ଦେବୀ
ସନ୍ତାନ୩ ପୁଅ, ଗୋଟିଏ ଝିଅ
ବାପା/ବୋଉଦୈତାରୀ ଜେନା
ବୃତ୍ତିରାଜନୀତିଜ୍ଞ

ବୈରାଗୀ ଜେନା (୪ ଜୁନ ୧୯୨୯ - ୯ ଜୁଲାଇ ୨୦୦୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନତା ଦଳ, ଭାରତୀୟ ଲୋକ ଦଳ, ଭାରତୀୟ ଜାତୀୟ କଂଗ୍ରେସ, ଉତ୍କଳ କଂଗ୍ରେସ ଆଦିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ବୈରାଗୀ ଓଡ଼ିଶା ବିଧାନ ସଭାକୁ ତିନିଥର ଏବଂ ଲୋକ ସଭାକୁ ଥରେ ନିର୍ବାଚିତ ହୋଇଥିଲେ ।[][][][]

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ବୈରାଗୀ ଜେନା ୧୯୨୯ ମସିହାର ଜୁନ ମାସ ୪ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[] ତାଙ୍କ ବାପାଙ୍କ ନାମ ଥିଲା ଦୈତାରୀ ଜେନା । ସେ କଳାରେ ଇଣ୍ଟରମିଡିଏଟ୍ କରିଥିଲେ । ବୈରାଗୀ ସୁମିତା ଦେବୀଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଓ ୩ଟି ଝିଅ ଅଛନ୍ତି ।

ରାଜନୈତି ଜୀବନ

[ସମ୍ପାଦନା]

ବୈରାଗୀ ଜେନା ଓଡ଼ିଶା ତଥା ଭାରତୀୟ ରାଜନୀତିରେ ଜନତା ଦଳ, ଭାରତୀୟ ଲୋକ ଦଳ, ଭାରତୀୟ ଜାତୀୟ କଂଗ୍ରେସ, ଉତ୍କଳ କଂଗ୍ରେସ ଆଦିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ।

ବୈରାଗୀ ୧୯୬୧ ମସିହାରେ ପ୍ରଥମଥର ପାଇଁ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଚାନ୍ଦାବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସେ ୧୯୬୧ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୬୧ ମସିହାରୁ ୧୯୬୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଏହାପରେ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍କଳ କଂଗ୍ରେସର ପ୍ରତିନିଧି ଭାବରେ ଭଣ୍ଡାରିପୋଖରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୭୪ ମସିହାରୁ ୧୯୭୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୭୭ ମସିହାରେ ହୋଇଥିବା ଭାରତୀୟ ସାଧାରଣ ନିର୍ବାଚନରେ ସେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଲୋକ ଦଳର ପ୍ରତିନିଧି ଭାବରେ ୬ଷ୍ଠ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ଲୋକ ସଭାରେ ସେ ୧୯୭୭ ମସିହାରୁ ୧୯୭୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୯୦ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜନତା ଦଳର ପ୍ରତିନିଧି ଭାବରେ ପୁଣିଥରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୫ ମସିହାଯାଏଁ କାର୍ଯ୍ୟ କରିଥିଲେ ଏବଂ ବିଜୁ ପଟ୍ଟନାୟକଙ୍କର ସରକାରରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ବୈରାଗୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଭାବରେ ୨ ଜାନୁଆରୀ ୧୯୯୧ରୁ ୪ ଜାନୁଆରୀ ୧୯୯୩ ଯାଏଁ କାର୍ଯ୍ୟ କରିଥିଲେ ଏବଂ ୪ ଜାନୁଆରୀ ୧୯୯୩ରୁ ୧୫ ମାର୍ଚ୍ଚ ୧୯୯୫ ଯାଏଁ ସୂଚନ ଓ ଲୋକସମ୍ପର୍କ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

[ସମ୍ପାଦନା]

ବୈରାଗୀ ଜେନା ୨୦୦୨ ମସିହାର ଜୁଲାଇ ମାସ ୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[] ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା । ୨୦୦୨ ମସିହାର ସେପ୍ଟେମ୍ବର ମାସ ୨୩ ତାରିଖରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[]

  1. "General Elections 2004 Partywise Comparison Since 1977 Lok Sabha Elections Bhadrak Parliamentary Constituency". Election Commission of India. Retrieved 19 January 2019.
  2. Lok Sabha Debates. Lok Sabha Secretariat. 2002. p. 1. Retrieved 19 January 2019.
  3. The Journal of Parliamentary Information. Lok Sabha Secretariat. 1991. p. 198. Retrieved 19 January 2019.
  4. The Times of India Directory and Year Book Including Who's who. 1979. p. 791. Retrieved 19 January 2019.
  5. ୫.୦ ୫.୧ ୫.୨ "Late Bairagi Jena". odishaassembly.nic.in. Odisha Assembly. Retrieved 9 April 2019.
{{bottomLinkPreText}} {{bottomLinkText}}
ବୈରାଗୀ ଜେନା
Listen to this article

This browser is not supported by Wikiwand :(
Wikiwand requires a browser with modern capabilities in order to provide you with the best reading experience.
Please download and use one of the following browsers:

This article was just edited, click to reload
This article has been deleted on Wikipedia (Why?)

Back to homepage

Please click Add in the dialog above
Please click Allow in the top-left corner,
then click Install Now in the dialog
Please click Open in the download dialog,
then click Install
Please click the "Downloads" icon in the Safari toolbar, open the first download in the list,
then click Install
{{::$root.activation.text}}

Install Wikiwand

Install on Chrome Install on Firefox
Don't forget to rate us

Tell your friends about Wikiwand!

Gmail Facebook Twitter Link

Enjoying Wikiwand?

Tell your friends and spread the love:
Share on Gmail Share on Facebook Share on Twitter Share on Buffer

Our magic isn't perfect

You can help our automatic cover photo selection by reporting an unsuitable photo.

This photo is visually disturbing This photo is not a good choice

Thank you for helping!


Your input will affect cover photo selection, along with input from other users.

X

Get ready for Wikiwand 2.0 🎉! the new version arrives on September 1st! Don't want to wait?