For faster navigation, this Iframe is preloading the Wikiwand page for ରୁକୁଣା ରଥଯାତ୍ରା.

ରୁକୁଣା ରଥଯାତ୍ରା

ରୁକୁଣା ରଥଯାତ୍ରା
ଉପର : ରଥର ମଣ୍ଡଣି, ଲିଙ୍ଗରାଜଙ୍କ ବିଜେ ପ୍ରତିମା ଚନ୍ଦ୍ରଶେଖର, ମଝି : ରୁକୁଣା ରଥ, ତଳ : ଦିଅଁଙ୍କୁ ଅର୍ପିତ ପନ୍ତିଭୋଗ, ସାରଥୀ ଭାବେ ବ୍ରହ୍ମା
ପାଳନକାରୀଓଡ଼ିଆ
ଆରମ୍ଭଅଶୋକାଷ୍ଟମୀ
ଶେଷଚୈତ୍ର ଶୁକ୍ଳ ଦ୍ୱାଦଶୀ
୨୦୨୪ ତାରିଖ୧୬ ଅପ୍ରେଲ (ମଙ୍ଗଳବାର)

ରୁକୁଣା ରଥଯାତ୍ରା ଲିଙ୍ଗରାଜଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହା ଓଡ଼ିଶାର ଭୁବନେଶ୍ୱରଠାରେ ଲିଙ୍ଗରାଜ ମନ୍ଦିରରେ ପାଳନ କରାଯାଇଥାଏ । ଏହା ପୁରୀର ରଥଯାତ୍ରାଠାରୁ ମଧ୍ୟ ଅଧିକ ପୁରୁଣା ଯାତ୍ରା ।[]

କିମ୍ବଦନ୍ତୀ

[ସମ୍ପାଦନା]

ପୌରାଣିକ କିମ୍ବଦନ୍ତୀ ଅନୁସାରେ ରାମଚନ୍ଦ୍ର ରାବଣକୁ ହତ୍ୟାକରି ସୀତାଙ୍କୁ ଉଦ୍ଧାର କରିଥିଲେ । ରାବଣ ବ୍ରାହ୍ମଣ ହୋଇଥିବାରୁ ରାମଚନ୍ଦ୍ରଙ୍କୁ ବ୍ରହ୍ମ ହତ୍ୟା ଦୋଷ ଲାଗିଲା । ଏହିପାପରୁ ମୁକ୍ତି ପାଇବା ପାଇଁ ସେ କୁଳଗୁରୁ ବଶିଷ୍ଠଙ୍କ କଥା ଅନୁସାରେ ଏକାମ୍ର କ୍ଷେତ୍ରକୁ ଯାଇ ରାମେଶ୍ୱରଠାରେ ହରିହର (ଲିଙ୍ଗରାଜ)ଙ୍କୁ ପ୍ରତିଦିନ ପୂଜାକଲେ । ଏହି ଉପାସନାରେ ପ୍ରଭୁ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ କ'ଣ ବର ଚାହଁ ବୋଲି ପଚାରିଲେ । ଶେଷରେ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ପୁନଃବସୁ ନକ୍ଷତ୍ରରେ ଦେବଦଳନ ରଥରେ ବସି ସଦାଶିବ (ଲିଙ୍ଗରାଜ), ଦେବୀ ରୁକୁଣା ବା ଗୋପାଳୁଣୀ (ଦୂର୍ଗା) ଯେ ମୂଳ ପାର୍ବତୀ ଅଟନ୍ତି ଏବଂ ସ୍କନ୍ଦଙ୍କୁ ଧରିକି ରାମେଶ୍ବର ମନ୍ଦିର ଆସିବେ ବୋଲି ରାମଚନ୍ଦ୍ର ବର ମାଗିଥିଲେ । କିନ୍ତୁ କାଳ କ୍ରମେ ମନ୍ଦିର ଅବହେଳା ହେଇଥିବାରୁ ଆଉ ବୈଷ୍ଣବ ପ୍ରଭାବ ବଢିବାରୁ ସ୍କନ୍ଦଙ୍କ ମୂର୍ତ୍ତି ଚୋରି ହେଇଗଲା ଆଉ ବର୍ତ୍ତମାନ ଦୋଳଗୋବିନ୍ଦ ଯାଇଛନ୍ତି । ଭକ୍ତଙ୍କ ମନୋବଞ୍ଛା ପୁରା କରିବା ପାଇଁ ଆଉ ଦର୍ଶନ ଦେବା ଲାଗି ଲିଙ୍ଗରାଜ ମହାପ୍ରଭୁ ରାମେଶ୍ୱର ମନ୍ଦିରକୁ ପାଞ୍ଚଦିନ ପାଇଁ ରଥଯାତ୍ରାରେ ଆସିଥାନ୍ତି । ଉକ୍ତ ପ୍ରଥା ଓ ପରମ୍ପରା ଅନୁସାରେ ଏହି ରଥଯାତ୍ରା ହୋଇ ଆସୁଛି । ଏହାବ୍ୟତୀତ ରଥଯାତ୍ରାର ଆଉ ଏକ ବିଶେଷତ୍ୱ ମଧ୍ୟ ରହିଛି ଯେ ମା ଭୁବନେଶ୍ୱରୀ ଏହିଦିନ ରଥରେ ମହାପ୍ରଭୁ ଲିଙ୍ଗରାଜଙ୍କ ସହ ସୁରାସରକୁ ବଧ କରିବା ପାଇଁ ଯାତ୍ରା କରିଥାନ୍ତି । ଏହି ଯାତ୍ରା ଆରମ୍ଭରେ ଯୋଉ ରଥ ଯାଏ ସେଇୟା ତ୍ରିପୁରା ବିଜୟୀ ରଥ। ଶିବ ତ୍ରିପୁରାସୁରକୁ ବଧ କରିବା ପାଇଁ ଯୋଉ ରଥରେ ଗମନ କରିଥିଲେ ସେଇ ରଥକୁ ଅନୁକରଣ କରିକି ଏଇ ରଥ ନିର୍ମାଣ କରା ଯାଏ ଏବଂ ରଥର ବିଭିନ୍ନ ଅଂଶରେ ବିଭିନ୍ନ ଦେବତାଙ୍କୁ ନ୍ୟାସ କରାଯାଏ ।

ପର୍ବର ବିଶେଷତା

[ସମ୍ପାଦନା]
ରୁକୁଣା ରଥ

ଲିଙ୍ଗରାଜ ମହାପ୍ରଭୁଙ୍କ ଚଳନ୍ତିପ୍ରତିମା ଚନ୍ଦ୍ରଶେଖରଙ୍କୁ ଚୈତ୍ର ଶୁକ୍ଳ ଅଷ୍ଟମୀ (ଅଶୋକାଷ୍ଟମୀ)[] ଦିନ ଗୋଟିଏ ରଥରେ ରାମେଶ୍ୱର ମନ୍ଦିରକୁ ନିଆଯାଇ ପାଞ୍ଚଦିନ ସେଠାରେ ଅବସ୍ଥାପିତ କରି ପୁଣି ବଡ଼ଦେଉଳକୁ ବାହୁଡ଼ାଇ ଅଣାଯାଏ । ଯିବା ବାଟରେ ଅନେକ ପୂଜାର୍ଚ୍ଚନା ପୂର୍ବକ ଅଧରପଣାର ଲାଗି କରାଯାଇଥାଏ । ଏହାକୁ ଦେଖିବା ଲାଗି ଭକ୍ତଙ୍କର ଗହଳି ଲାଗିରହିଥାଏ । ବିଶ୍ୱାସ ରହିଛି ଲିଙ୍ଗରାଜଙ୍କ ରାମେଶ୍ୱର ମନ୍ଦିରକୁ ଗମନ ଅବସରରେ ରାମଚନ୍ଦ୍ର ପୂଜାର୍ଚ୍ଚନା କରିବାର ସୁଯୋଗ ପାଇଥାନ୍ତି । ଲିଙ୍ଗରାଜ ମନ୍ଦିରଠାରୁ ରାମେଶ୍ୱର ମନ୍ଦିର ପର୍ଯ୍ୟନ୍ତ ରଥକୁ ଟଣାଯାଏ । ରାମଚନ୍ଦ୍ରଙ୍କ କଥାକୁ ରଖି ପ୍ରତିବର୍ଷ ଅଶୋକାଷ୍ଟମୀ ତିଥିରେ ଦୋଳଗୋବିନ୍ଦ ଓ ରୁକୁଣାଙ୍କୁ ଧରି ଲିଙ୍ଗରାଜ ମହାପ୍ରଭୁ ରାମେଶ୍ୱର (ମାଉସୀ ମା' ମନ୍ଦିର ) ମନ୍ଦିରକୁ ଯାତ୍ରା କରିଥାନ୍ତି । ଏହି ରଥର ଉଚ୍ଚତା ୫୦ ଫୁଟ ଓ ୪ ଚକ, ୨ଓରା, ୧୬ନାହାକା, ୫ଦଣ୍ଡା ବିଶିଷ୍ଟ ; ରଥର ନାମ ରୁକ୍ମଣୀ ବା ରୁକୁଣା ରଥ । ଏହି ରଥଟିର ବିଶେଷତ୍ୱ ହେଉଛି ରଥଟି ଅଣଲେଉଟା । ଯେଉଁଭଳି ଭାବେ ରଥଟି ରାମେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଯାଇଥାଏ ଠିକ୍ ସେହିଭଳି ପୁନର୍ବାର ପଛକୁ ଫେରିଥାଏ । ରଥର ପଛପଟେ ଦ୍ୱାର ଖୋଲାଯାଇ ଘୋଡ଼ା ଜଚାଯିବା ପରେ ଏହା ପଛକୁ ପଛ ଫେରିଥାଏ । ଜଗନ୍ନାଥ ମହାପ୍ରଭୁଙ୍କ ପରି ରଥ ଦକ୍ଷିଣ ମୋଡ ବା ବୁଲିନଥାଏ । ସେଥିପାଇଁ ଏହାକୁ ଅଣଲେଉଟା ବୋଲି କୁହାଯାଏ । ଏଇରଥ ଯେଉଁଆଡ଼େ ମୁହଁକରି ଯାଇଥାଏ ସେ ଆଡ଼ରୁ ଆଉ ମୁହଁ ଫେରାଏ ନାହିଁ । ବାହୁଡ଼ା ଦିନ ରଥର ଆଗପାଖର ସାଜସଜ୍ଜାକୁ ଆଣି ପଛ ପାଖରେ ଲଗାଇ ରଥର ପଛପାଖକୁ ସମ୍ମୁଖ କରି ଠାକୁରଙ୍କଉ ବାହୁଡ଼ାଇ ଅଣାଯାଏ । ଏଥିପାଇଁ ଢଗ ଅଛି ଯେ ‘ରୁକୁଣା ରଥ ଅଣଲେଉଟା/ ଆଉ ନ ଫେରେ’ । ରୁକୁଣା ରଥର ସାରଥୀଙ୍କୁ କୁହାଯାଏ 'ବ୍ରହ୍ମା' । ଅଶୋକାଷ୍ଟମୀ ଦିନ, ୮ଟି ଅଶୋକା କଢ଼ି ପକାଇ, ସେହି ଜଳ ପାନକଲେ, ଦୁଃଖଶୋକ ଲାଘବ ହେବାର ମାନ୍ୟତା ରହିଛି । ସନ୍ତାନ ହେଉନଥିବା ବା ସନ୍ତାନ ହୋଇ ମରିଯାଉଥିବା ମହିଳାମାନେ ଅଶୋକାଷ୍ଟମୀ ପୂର୍ବଦିନ ଅଧିବାସ କରି, ଅଶୋକାଷ୍ଟମୀ ଦିନ ମରିଚି କୁଣ୍ଡର ଜଳରେ ସ୍ନାନ କଲେ ସନ୍ତାନ ପ୍ରାପ୍ତି ହେବାର ମଧ୍ୟ ମାନ୍ୟତା ରହିଛି । ଏଥି ଯୋଗୁଁ ମରିଚି କୁଣ୍ଡର ପ୍ରଥମ ଗରା ଜଳ ଖୁବ ଉଚ୍ଚଦରରେ ନିଲାମ ମଧ୍ୟ ହୋଇଥାଏ । [][] ଦୋଳପୂର୍ଣ୍ଣମୀର ଦୁଇଦିନ ପରଠାରୁ ରଥ ପାଇଁ କାମ ଆରମ୍ଭ ହୋଇ ଚୈତ୍ର ମାସ ଶୁକ୍ଳପକ୍ଷ ସପ୍ତମୀ ଅଧରାତି ପର୍ଯ୍ୟନ୍ତ କାର୍ଯ୍ୟ ଚାଲିଥାଏ । ଏଥିପାଇଁ ମହାପ୍ରଭୁଙ୍କର ସ୍ୱତନ୍ତ୍ର ମହାରଣାମାନେ କାର୍ଯ୍ୟ କରିଥାନ୍ତି । ରଥଖଳାରେ ରଥର ସମସ୍ତ କାର୍ଯ୍ୟକୁ କରିଥାନ୍ତି । ରଥଯାତ୍ରା ପୂର୍ବଦିନ ଭୋର ୪ଟାରୁ ମଙ୍ଗଳା ଆଳତୀ ଆରମ୍ଭ ହୋଇ ଅବକାଶ ନୀତି, ରୋଷପାକ, ସାହାଣ ମେଲା ଦର୍ଶନ, ମହାସ୍ନାନ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ବଲ୍ଲଭ ପୂଜା, ମା ଭୁବନେସ୍ୱରୀଙ୍କ ପୂଜା, ସକାଳ ଧୂପ, ଭୋଗ ମଣ୍ଡପ, ବେଶ ସଜ୍ଜା ଓ ଦିନ ୨ଟା ସୁଦ୍ଧା ମହାପ୍ରଭୁ ଲିଙ୍ଗରାଜ, ବାସୁଦେବ ଓ ମା ଭୁବନେଶ୍ୱରୀ ବା ରୁକୁଣାଙ୍କ ପହଣ୍ଡି ହୋଇଥାଏ । ଏହାପରେ ରଥ ଉପରେ ଚକ ପୂଜା, ଅଖ ପୂଜା, ଦ୍ୱାରପୂଜା, ଅଶ୍ୱପୂଜା, ଧ୍ୱଜାପୂଜା, ବ୍ରହ୍ମାପୂଜା ଓ ଛେରାପହଁରା ପ୍ରଭୃତି ପ୍ରାୟ ୧୨ପ୍ରକାରର ପୂଜା କରାଯାଇଥାଏ ।[]

ଚିତ୍ର

[ସମ୍ପାଦନା]
  1. "Rukuna Rath Yatra ends in city - Times Of India". indiatimes.com. 2012. Archived from the original on 2013-06-17. Retrieved 9 January 2013. The Rukuna Ratha Yatra is more than 1000 years-old, whereas the famous car festival of Lord Jagannath in Puri started some 700 years ago.
  2. "Priests & cops on same page for glitch-free rath yatra". telegraphindia.com. 2012. Retrieved 9 January 2013. annual Rukuna rath yatra of Lord Lingaraj to be held on March 31 on the occasion of Ashokastami.
  3. http://www.odisha.gov.in/portal/LIWPL/event_archive/Events_Archives/141Mukteswar_Dance_Festival.pdf
  4. ସମ୍ବାଦ ୧୮/୦୪/୨୦୧୩
  5. ପ୍ରମେୟ, ପୃଷ୍ଠା - ୧୩, ଗୁରୁବାର ୧୮ ଏପ୍ରିଲ ୨୦୧୩
{{bottomLinkPreText}} {{bottomLinkText}}
ରୁକୁଣା ରଥଯାତ୍ରା
Listen to this article

This browser is not supported by Wikiwand :(
Wikiwand requires a browser with modern capabilities in order to provide you with the best reading experience.
Please download and use one of the following browsers:

This article was just edited, click to reload
This article has been deleted on Wikipedia (Why?)

Back to homepage

Please click Add in the dialog above
Please click Allow in the top-left corner,
then click Install Now in the dialog
Please click Open in the download dialog,
then click Install
Please click the "Downloads" icon in the Safari toolbar, open the first download in the list,
then click Install
{{::$root.activation.text}}

Install Wikiwand

Install on Chrome Install on Firefox
Don't forget to rate us

Tell your friends about Wikiwand!

Gmail Facebook Twitter Link

Enjoying Wikiwand?

Tell your friends and spread the love:
Share on Gmail Share on Facebook Share on Twitter Share on Buffer

Our magic isn't perfect

You can help our automatic cover photo selection by reporting an unsuitable photo.

This photo is visually disturbing This photo is not a good choice

Thank you for helping!


Your input will affect cover photo selection, along with input from other users.

X

Get ready for Wikiwand 2.0 🎉! the new version arrives on September 1st! Don't want to wait?